ଏହି ରାଶିର ବ୍ୟକ୍ତିଙ୍କ ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି -Prameyanews7 techguruodia


ମେଷ– ପରିଶ୍ରମର ଫଳ ନିଶ୍ଚିନ୍ତ ପ୍ରାପ୍ତି ହେବ । ନିଜ କର୍ମକୁ ନେଇ ଅଧିକ ବ୍ୟସ୍ତରେ ସମୟ କରିବେ । ମୁଣ୍ଡ ବିନ୍ଧା ଭଳି ରୋଗ ଦେଖା ଦେଇପାରେ । ଦମ୍ପତିଙ୍କ ପାଇଁ ଦିନଟି ବହୁତ ଶୁଭ ରହିଛି । ଛାତ୍ର ଛାତ୍ରୀଙ୍କ ପାଇଁ ପରିଶ୍ରମ ଅନୁଯାୟୀ ଫଳ ମିଳିବ।

ବୃଷ– ମନରେ କିଛି ନୂଆ କରିବାର ଇଚ୍ଛା ଜାଗୃତ ହେବ । ନିଜର ଜରୁରୀ ବସ୍ତୁ କ୍ରୟ କରିପାରନ୍ତି । ପ୍ରେମ ସମ୍ପର୍କରେ ଅନେକ ଖୁସି ଲାଭ କରିପାରନ୍ତି । ଅଣ୍ଟା ବ୍ୟଥା ଭଳି କିଛି ସମସ୍ୟା ଦେଖା ଦେଇପାରେ ।

ମିଥୁନ– ପରିବାର ଲୋକଙ୍କ ସହିତ କିଛି ବିଶେଷ ମୁହୂର୍ତ୍ତ ଅତିବାହିତ କରିପାରନ୍ତି । ବନ୍ଧୁମାନଙ୍କ ସହ ଆମୋଦ-ପ୍ରମୋଦରେ ଦିନଟି କଟିବ । ବ୍ୟବସାୟୀମାନଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି । ଲାଭ ଯୋଗ ଅଛି । ଛାତ୍ରଛାତ୍ରୀମାନେ ନିଜର ଲୁଚିଥିବା ପ୍ରତିଭାକୁ ସାମ୍ନାକୁ ଆଣିବେ।

କର୍କଟ– ନୂଆ ଚାକିରି ପ୍ରାପ୍ତ ହୋଇପାରେ । ଆପଣଙ୍କୁ କେହି ନିଜ କର୍ମରୁ ବ୍ୟତୀତ ଅନ୍ୟ କର୍ମ କରିବା ପାଇଁ ବାଧ୍ୟ କରିପାରନ୍ତି । ସତର୍କ ରୁହନ୍ତୁ । ଛାତ୍ର ଛାତ୍ରୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ । ବ୍ୟବସାୟ ମଧ୍ୟମ ଫଳ ମିଳିବ ।

ସିଂହ– ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି । ଭୂମି କ୍ରୟ କରିବେ । ବ୍ୟବସାୟରେ ସୁଫଳ ମିଳିବ । ଅଳଙ୍କାର କ୍ରୟ କରିପାରନ୍ତି । ଛାତ୍ର ଛାତ୍ରୀମାନଙ୍କର ପାଠରେ ମନ ଲାଗିବ ନାହିଁ । ପ୍ରେମ ସମ୍ପର୍କରେ ନିଜକୁ ଭାଗ୍ୟଶାଳୀମାନେ କରିବେ ।

କନ୍ୟା– ନିଜକୁ ଭାଗ୍ୟବାନ ମନେକରିବେ । ସର୍ବ କାର୍ଯ୍ୟରେ ଉନ୍ନତି ଘଟିବ । ସ୍ବାସ୍ଥ୍ୟ ସମସ୍ୟାର ସଂପୂର୍ଣ୍ଣ ନିରାକରଣ ହେବ । ପରିବାରରେ ହସଖୁସିର ମହୋଲ ଲାଗି ରହିବ । ବ୍ୟବସାୟରେ ଅନେକ ଲାଭ ଯୋଗ ରହିଛି । ବିଦ୍ୟାର୍ଥୀମାନେ ସଫଳତା ପ୍ରାପ୍ତ କରିବେ ।

ତୁଳା– ଆପଣଙ୍କ ଦିନଟି ସଫଳତାର ସହ ସଂପୂର୍ଣ୍ଣ ହେବ । ପରୋପକାର କରି ନିଜକୁ ଖୁସି ଅନୁଭବ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଛାତ୍ର ଛାତ୍ରୀମାନେ କୃତ କାର୍ଯ୍ୟ ହେବେ । ଦମ୍ପତିମାନେ ଆଲୋଚନା କରି କିଛି ନୂଆ କାର୍ଯ୍ୟ କରିବେ ।

ବିଛା– ରାଶିକୁ ଘାତ ଚନ୍ଦ୍ର । କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଦେଖା ଦେଇପାରେ । ସୁଖ ହାନି ଘଟିପାରେ । ଅନେକ କାର୍ଯ୍ୟ ଏକ ସହ ଆସି ପହଞ୍ଚିବା ଯୋଗୁଁ ନିଜକୁ ଚିନ୍ତିତ ମନେ କରିପାରନ୍ତି । ମାଲି ମକୋଦ୍ଦମାରେ ଜୟଯୁକ୍ତ ହେବେ । ବ୍ୟବସାୟ ମଧ୍ୟମ ଫଳ ଦେବ।

ଧନୁ– କିଛି ଘଟଣା ଆପଣଙ୍କୁ ଆଶ୍ଚର୍ଯ୍ୟ କରିପାରେ । ବନ୍ଧୁ ଆପଣଙ୍କ ଘରକୁ ଆସି ପାରନ୍ତି । ବାକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ ।ବ୍ୟବସାୟରେ ସଫଳତା ମିଳିବ । ମହିଳାମାନେ ଗୃହ କାର୍ଯ୍ୟରେ ଅଧିକ ମନୋନିବେଶ କରିବେ ।

ମକର– ଚିନ୍ତା କରିଥିବା ବିଷୟରେ ପରିବର୍ତ୍ତନ ଆଣିପାରନ୍ତି । ଅହଙ୍କାରର ବଶବର୍ତ୍ତୀ ହୋଇ କିଛି ଭୁଲ ନିଷ୍ପତ୍ତି ନେବେ। କିଛି ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ । ଭାଙ୍ଗିଥିବା ସମ୍ପର୍କ ଯୋଡ଼ିହେବାର ଯଥେଷ୍ଟ ସମ୍ଭାବନା ରହିଛି । ଛାତ୍ର ଛାତ୍ରୀମାନେ ନୂତନ ଚିନ୍ତାଧାରାର ବଶବର୍ତ୍ତୀ ହେବେ ।

କୁମ୍ଭ– ସହକର୍ମୀଙ୍କ ସହ ବିଶେଷ ଆଲୋଚନା କରିବେ । ବ୍ୟବସାୟରେ ବିଶେଷ ଭଲ ଫଳ ପ୍ରାପ୍ତି ହେବ । ପତିପତ୍ନୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି । ସ୍ବାସ୍ଥ୍ୟ ସଂପୂର୍ଣ୍ଣ ସୁସ୍ଥ ରହିବ । ଛାତ୍ର ଛାତ୍ରୀମାନେ ଭବିଷ୍ୟତ ଚିନ୍ତାରେ ରହିବେ ।

ମୀନ– ସବୁ କର୍ମରେ ଆପଣ ସଂପୂର୍ଣ୍ଣ ଯୋଗ ଦାନ ଦେବେ । ଅନେକ ବାଧାବିଘ୍ନର ସାମ୍ନା କରିବାକୁ ପଡ଼ିବ । ଛାତ୍ର ଛାତ୍ରୀଙ୍କ ମଧ୍ୟମ ଫଳ ପ୍ରାପ୍ତ ହେବ । ଉଚ୍ଚ ପଦବୀ ମିଳିବାର ଯୋଗ ଅଛି । ଦମ୍ପତି ମାନେ ଖୁସିରେ ଦିନଟି କାଟିବେ।

ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ, ଯାଜପୁର, ଯୋଗାଯୋଗ – 8249826682




Leave a Comment